ଋଷିକେଶରୁ ଗିରଫ ହେଲା ଚୌଦ୍ୱାର ଜେଲରୁ ଫେରାର୍ କଏଦୀ ରାଜା ସାହାଣୀ
ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ ପୁଲିସ ଗିରଫ କରିଥିଲା। ଦଶହରାରେ ମଧୁକାନ୍ତ ଓ ରାଜା ପାଚେରୀ ଡେଇଁ ଫେରାର ହୋଇଯାଇଥିଲେ।
Powered by Froala Editor