୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ଦିନ ତାପମାତ୍ରା
ଭୁବନେଶ୍ୱର: ତାଳଚେରରେ ସର୍ବାଧିକ ତାପମାତ୍ରା ୪୦.୨ ଡିଗ୍ରୀ ଛୁଇଁଛି। ଏହା ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା। ଏହା ତଳକୁ ଝାରସୁଗୁଡ଼ା ଏବଂ ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୪୦ଡିଗ୍ରୀ ଲେଖାଏଁ ରେକର୍ଡ ହୋଇଛି। କିନ୍ତୁ ଶୁକ୍ରବାର ଅପେକ୍ଷା ଶନିବାର କିଛି ଅଞ୍ଚଳରେ ପାରଦ ତଳ ମୁହାଁ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ପରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋରଧା, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor