ଶ୍ରୀମନ୍ଦିରରେ ପଇତା ଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ବନ୍ଦ
ପୁରୀ: ବୈଶାଖ କୃଷ୍ଣପକ୍ଷ ଚତୁର୍ଥୀ ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ନୀତି ପାଇଁ ସୋମବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।
Powered by Froala Editor