ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି। ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ ପଡ଼ିଥିଲେ। ପରେ ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆହ୍ଲାବାଦ ସ୍ଥାନାନ୍ତର କରାଯାଇଥିଲା। ଗତ ୫ ତାରିଖରେ ଶପଥ ନେଇଥିଲେ ଜଷ୍ଟିସ୍।
ଆହ୍ଲାବାଦ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଜଷ୍ଟିସ୍ ବର୍ମାଙ୍କ ନାମ “ନଗଦ ଦୁର୍ନୀତି”ରେ ଆସିବା ପରେ ବେଶ ଚର୍ଚ୍ଚା ହୋଇଥିଲା। ଦିଲ୍ଲୀରେ ତାଙ୍କ ବାସଭବନରେ ଅଗ୍ନିକାଣ୍ଡ ଘଟିଥିଲା ଏବଂ ପରବର୍ତ୍ତୀ ତଦନ୍ତ ସମୟରେ ପୋଡ଼ିଯାଇଥିବା ୫୦୦ ଟଙ୍କାର ନୋଟ୍ ବିଡା ଉଦ୍ଧାର କରାଯାଇଥିଲା। ଏହି ଘଟଣା ପରେ ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆହ୍ଲାବାଦ ହାଇକୋର୍ଟକୁ ସ୍ଥାନାନ୍ତର କରାଯାଇଥିଲା।
Powered by Froala Editor