ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୬ ରୁ ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ପୁରୀ: ବୈଶାଖ ମାସ କୃଷ୍ଣପକ୍ଷ ତ୍ରୟୋଦଶ ତିଥିରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି।
Powered by Froala Editor