ଆଜି ରାଉରକେଲା ଗସ୍ତରେ ଆସୁଛନ୍ତି ଦୌପଦୀ ମୁର୍ମୁ
ରାଉରକେଲା: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଗସ୍ତରେ ଆସୁଛନ୍ତି। ତେବେ ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହୋଇଛି ଇସ୍ପାତ ସହର। ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏୟାର ପୋର୍ଟ ପାଖ ପଡ଼ିଆରେ କାର୍ଯ୍ୟକ୍ରମ ପାଇଁ ବ୍ୟବସ୍ଥା ହୋଇଛି।
ରାଉରକେଲା ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳା ସହ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ୪୫ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି ବୋଲି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ସୂଚନା ଦେଇଛନ୍ତି।
ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ୬ ଜଣ ଏସ୍ପିଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ୫୧ଜଣ ଇନ୍ସପେକ୍ଟର ନିୟୋଜିତ ହେବେ। ଏଥିସହ ୯ଜଣ ଅତିରିକ୍ତ ଏସ୍ପି, ୮ଶହ ହୋମଗାର୍ଡ ଏବଂ ୨ଶହରୁ ଊର୍ଦ୍ଧ୍ୱ ବିଭିନ୍ନ ପୋଲିସ କର୍ମଚାରୀ ଉପସ୍ଥିତ ରହିବେ।
Powered by Froala Editor