ରାଜ୍ୟ କ୍ୟାବିନେଟ୍ ବୈଠକ ଆଜି
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବାକୁ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଏହି କ୍ୟାବିନେଟ୍ ବୈଠକରେ ରାଜସ୍ବ,ବିଦ୍ୟାଳୟ ଓ ଗଣଶିକ୍ଷା, ନିର୍ମାଣ, ଅର୍ଥ ଭଳି କେତେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ଆସିବାକୁ ରହିଛି। ସେଥିମଧ୍ୟରେ ଅନେକ କିଛି ରାଜସ୍ବ ସଂସ୍କାର ରହିଛି।
ସୂଚନାଯୋଗ୍ୟ,ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ୨୦୩୬ ସୁଦ୍ଧା ଓଡ଼ିଶାକୁ ବିକଶିତ ରାଜ୍ୟରେ ପରିଗଣିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ହାତକୁ ନିଆଯାଉଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ୩୬ଟି ଲୋକାଭିମୁଖୀ କାର୍ଯ୍ୟକ୍ରମ ହାତକୁ ନିଆଯିବ।
Powered by Froala Editor