ଜନଗଣନା କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ
କାମାକ୍ଷାନଗର: ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବାବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା ଜଣେ କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏଥିରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ସେମାନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି । କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଏଭଳି ଅଘଟଣ ଘଟିଛି। ସମ୍ପୃକ୍ତ ବ୍ୟକ୍ତି ଓ ତାଙ୍କ ଦୁଇ ପୁଅ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଜନଗଣନା କରୁଥିବା ଦିଦିଙ୍କ ଗାଡି ମଧ୍ୟ ଭାଙ୍ଗି ଦେଇଛନ୍ତି। ପୁଲିସ୍ ଆକ୍ରମଣକାରୀଙ୍କୁ ଅଟକ ରଖି ତଦନ୍ତ କରୁଛନ୍ତି ।
Powered by Froala Editor