ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଘରୁ ବାହାରିଲେ ରହିଛି ଅଧିକ ବିପଦ
ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକୁ ନେଇ ୩୦ଟି ଜିଲାର ଜିଲାପାଳଙ୍କ ସହ ସରକାରଙ୍କ ତରଫରୁ ଅନେକ ସମୟରେ ଆଲୋଚନା ହୋଇଛି। ଗ୍ରୀଷ୍ମ ପ୍ରବାହରୁ ସୁରକ୍ଷିତ ରହିବା ପାଇଁ ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଲୋକେ ଘରୁ ନ ବାହାରିବା ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଗ୍ରୀଷ୍ମ ପ୍ରବାହରେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଅଧିକ ବିପଦ ରହିଛି। ଶ୍ରମିକଙ୍କୁ ମଧ୍ୟ ଏହି ସମୟରେ କାମ ନ କରିବାକୁ ପରାମର୍ଶ ଦିଆଯାଇଛି। ପଞ୍ଚାୟତିରାଜ ବିଭାଗ ଏବଂ ନଗର ଉନ୍ନୟନ ବିଭାଗକୁ ଜଳଛତ୍ର କରିବା ପାଇଁ କୁହାଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଅଂଶୁଘାତଜନିତ ସ୍ବତନ୍ତ୍ର ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇଛି।
Powered by Froala Editor