ଆଜି ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ
ଭୁବନେଶ୍ୱର: ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ବିଧାନସଭାକୁ ରଖାଯାଇଛି। ଏହାସହିତ ଲୋୟର ପିଏମ୍ଜିରେ ୧୪୪ ଧାରା ଜାରି କରାଯାଇଥିବାବେଳେ ବିଧାନସଭା ଭିତର ଏବଂ ବାହାରେ କଡ଼ା ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇଛି।
ଏଥିପାଇଁ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ସହିତ ୧୦୦ ଅଫିସର ମୁତୟନ କରାଯାଇଛି। ଏହାସହ ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ସ୍କ୍ବାଡ୍, ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିବେ। ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଏହାର ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ତେବେ ଗୃହରେ ପୂର୍ବାହ୍ନ ୧୧ଟାରେ ଗଣତନ୍ତ୍ରରେ ମହିଳାମାନଙ୍କ ଭୂମିକା ଶୀର୍ଷକ ଆଲୋଚନା ହେବ।
Powered by Froala Editor