ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ
କଟକ: ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ପରୀକ୍ଷା ଫଳ ଦେଖିପାରିବେ । ଇଣ୍ଟରନେଟ୍ ସୁବିଧା ନଥିଲେ ମଧ୍ୟ ମୋବାଇଲ୍ ମେସେଜ୍ ମାଧ୍ୟମରେ ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ OR 10 ଲେଖି ନିଜର ରୋଲ ନମ୍ବର ଲେଖି 5676750 କୁ ପଠାଇଲେ ରେଜଲ୍ଟ ପାଇପାରିବେ । ସେପଟେ ଚଳିତବର୍ଷ ଠାରୁ ପ୍ରଥମ ଥର ପାଇଁ ପରୀକ୍ଷାର୍ଥୀମାନେ ଓଡ଼ିଆରେ ମାଟ୍ରିକ ସାର୍ଟିଫିକେଟ ପାଇବେ ।
Powered by Froala Editor