ଆପାର୍ଟମେଣ୍ଟ ଅଗ୍ନିକାଣ୍ଡ ଘଟଣାରେ ୩କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର: ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ । ୩ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆପାର୍ଟମେଣ୍ଟ ର ପ୍ୟାନେଲ ବୋର୍ଡ ରେ ସର୍ଟ ସର୍କିଟ ହେବା ଯୋଗୁଁ ପାଖରେ ଥିବା ଗାର୍ଡ ରୁମ୍ ନିଆଁ ଲାଗି ଯାଇଛି। ଏଥିରେ ପୂର୍ବରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ୍ ୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ନାବାଳିକାର ମୃତ୍ୟୁ ହୋଇଛି । ମୃତକମାନେ ହେଲେ ବିଶ୍ବନାଥ ବେହେରା, ସୁଲଭା ବେହେରା ଓ ତେଜସ୍ଵିନୀ ବେହେରା ।
Powered by Froala Editor