ମନୋନୟନ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଗଲେ କୋଲକାତା
ଭୁବନେଶ୍ବର: ଶୁକ୍ରବାର ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ମନୋନୟନ କରାଯିବ। ସେଥିପାଇଁ କେନ୍ଦ୍ରୀୟ ସହପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ପାଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାତିରେ କଲକାତା ଯାତ୍ରା କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀ ମନୋନୟନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ର ସ୍ବାରାଷ୍ଟ୍ର ବ୍ୟାପାର ମନ୍ତ୍ରୀ ଅମିତ ଶାହାଙ୍କ ସହ ଶ୍ରୀ ମାଝୀଙ୍କର ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହେବ। ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ବସି ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯିବ।
Powered by Froala Editor