ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଅପହରଣ
ରାୟଗଡା: ରାୟଗଡ଼ା ସହର ଇନ୍ଦିରା ନଗରରେ ଅଭାବନୀୟ ଘଟଣା ଘଟିଛି। ବନ୍ଧୁକ ମୁନରେ ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଅପହରଣ କରିଥିବା ଅଭିଯୋଗ ହୋଇଛି । ପ୍ରଥମେ କିଛି ଯୁବକ ଗୋଟିଏ ବୁଲେଟ ଏବଂ ଏକ ଚାରି ଚକିଆ ଗାଡିରେ ଯୁବକଙ୍କୁ ପିଛା କରିଥିଲେ । ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଯୁବକ ଜଣଙ୍କ ପ୍ରାଣ ଭୟରେ ଜଣଙ୍କ ଘରକୁ ପଶିଯିବା ସମୟରେ ଦୁର୍ବୁତ୍ତ ମାନେ ତାକୁ ଅପହରଣ କରିନେଇଛନ୍ତି ।
Powered by Froala Editor