Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସାରା ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସାରା ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

2021-07-29 16:30:20
14545
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସାରା ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡିଶାରେ ଓ ଓଡିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରେସନ ପାଇପାରିବେ। ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ  ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଗଲା ।            

                                                                                           

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ, ‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ ।  ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ ।’  


 ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍‌ ଏସିଡ ଥିବାରୁ ଏହା ଗରିବ ଲୋକମାନଙ୍କ ସହତି ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖାଦ୍ୟ ସୁରକ୍ଷା  ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ ଆପଣଙ୍କ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛି । ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ତାଙ୍କର ଗୁରୁତ୍ବ ଉପରେ ଆଲୋକପାତ କରି ସେ କହିଲେ, ‘ମୁଁ ସବୁବେଳେ କହିଆସିଛି ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ।’


ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କେଜି ୧ ଟଙ୍କାରେ ଚାଉଳ ମିଳିବ ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି ।    ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି ।  ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି ସେ କହିଥିଲେ।


କୋଭିଡ ମହାମାରୀ ସମୟରେ  ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଗୁରୁତ୍ବ ଦେଇ ସେ କହିଲେ ଯେ କୋଭିଡ ମହାମାରୀ, ବହୁ ଲୋକ ବିଶେଷକରି, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି। ତେଣୁ  ଗରିବ ଲୋକଙ୍କ ରୋଜଗାର ପାଇଁ -  ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ - ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଆମର ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ।


ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି ବୋଲି ପ୍ରକାଶ କରି ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ସେ ପ୍ରଶଂସା କରିଥିଲେ ।

 ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡା ଓ ଯୁବସେବା ତଥା ଇଲକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା କହିଲେ ଯେ ଭିଟାମିନଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସୁରକ୍ଷାରେ ସହାୟକ ହୋଇପାରିବ। ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ ।


ସେହିପରି ବ୍ରହ୍ମପୁର ଠାରେ ଜଂଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିବା ସହିତ ଗଞ୍ଜାମ ଜିଲ୍ଲାର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।


ଭୁବନେଶ୍ବରଠାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶା ଆଜି ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିଛି। ଓଡିଶାର ମୁଖ୍ୟମନ୍ତ୍ରୀ ଆଜି କରୁଛନ୍ତି, ସାରା ଦେଶ ତାକୁ ଗ୍ରହଣ କରୁଛି ବୋଲି ସେ କହିଥିଲେ ।


ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଏବଂ ଭୁବନେଶ୍ବର କେନ୍ଦ୍ର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ। 


ସୂଚନାଯୋଗ୍ୟ ଯେ ପୂର୍ବରୁ ଭୁବନେଶ୍ବର ସହରରେ ପାଇଲଟ ପ୍ରୋଜେକ୍ଟ ଭାବରେ ୱାନ ନେସନ, ୱାନ ରେସନ ଯୋଜନା କାର୍ଯ୍ୟକାରୀ ହୋଇଛି ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।


ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶ୍ରୀ ଭି.ଭି ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।


ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Chief minister , Naveen Patnaik , Odisha

Related articles Odisha News Lens 4.1

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15014
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14764
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14681
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    14918
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14227
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13530
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14374
    Oct 06, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    13938
    Oct 06, 2026
  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି
    ମନୋରଞ୍ଜନ

    ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି

    14987
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14374
    Oct 06, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14764
    Oct 06, 2026
  • ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15014
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17156
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17848
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17808
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18224
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14137
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14467
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15485
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14158
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15895
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14010
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15389
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15053
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14404
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14227
    Oct 06, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    13938
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14374
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In