ମୁଁ ନିଜେ ସରକାରୀ ବସ୍ ରେ ଯିବା ଆସିବା କରିବି: ପରିବହନ ମନ୍ତ୍ରୀ
ଭୁବନେଶ୍ଵର: ଇଭି ଗାଡି ବ୍ୟବହାର ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଏହାପରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଧ୍ୟ ଅଧିକ ଇଭି ଗାଡି ବ୍ୟବହାର କରିବାକୁ ଲୋକଙ୍କୁ ଅପିଲ୍ କରିଛନ୍ତି। ଇଭି ପାଇଁ ସବସିଡ୍ ୨୦୨୮ ଯାଏଁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଥା ମାନି ତେଲ କମ୍ ବ୍ୟବହାର କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନିଜ ସୁରକ୍ଷାରେ ନିୟୋଜିତ ଗାଡ଼ିକୁ ୫୦ ପ୍ରତିଶତ ହ୍ରାସ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦୀଙ୍କ ସୁରକ୍ଷା ଏବଂ ଏସପିଜି ପ୍ରୋଟକଲ ଅନୁସାରେ, ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ବଜାୟ ରଖି ଯାନବାହାନ ସଂଖ୍ୟା ହ୍ରାସ କରାଯାଇଛି । ମୋଦୀଙ୍କର କାରକେଡ୍ ଗାଡ଼ି ସଂଖ୍ୟା ହ୍ରାସ ନିଷ୍ପତ୍ତିକୁ ମନ୍ତ୍ରୀ ସ୍ୱାଗତ କରିଛନ୍ତି। ମୁଁ ନିଜେ ସରକାରୀ ବସ୍ ରେ ଯିବା ଆସିବା କରିବି ବୋଲି ମନ୍ତ୍ରୀ କହିଛନ୍ତି।
Powered by Froala Editor