ଅଧାବାଟରେ ଆମ୍ବୁଲାନ୍ସରୁ ସରିଗଲା ପେଟ୍ରୋଲ, ଚାଲିଗଲା ଯୁବକଙ୍କ ଜୀବନ
କଟକ: କେନ୍ଦ୍ରାପଡ଼ା ଅଞ୍ଚଳର ଜଣେ ଯୁବକ ବିଷପିଇ ଗୁରୁତର ହେବାରୁ ପରିବାର ଲୋକେ କଟକ ଏସସିବି ମେଡିକାଲକୁ ଆଣିଥିଲେ। ତେବେ ସେଠାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଯୁବକକୁ ଆମ୍ବୁଲାନ୍ସରେ ସ୍ଥାନାନ୍ତର କରିଥିଲେ। ଯିବାବେଳେ କାଠଯୋଡ଼ି ନଦୀ ବ୍ରିଜ ଉପରେ ହଠାତ୍ ଆମ୍ୱୁଲାନ୍ସର ପେଟ୍ରୋଲ ଶେଷ ହୋଇଯାଇଥିଲା। ତେଲ ସରିଯିବାରୁ ରାସ୍ତାରେ ଅଟକିଥିଲା ଆମ୍ବୁଲାନ୍ସ। ଫଳରେ କିଛି ସମୟ ପରେ ରୋଗୀର ମୃତ୍ୟୁ ହୋଇଥିଲା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏମିତିକି ଆମ୍ବୁଲାନ୍ସର ଅକ୍ସିଜେନ ମଧ୍ୟ ଶେଷ ହୋଇଯାଇଥିବା ସେମାନେ ଅଭିଯୋଗ କରିଛନ୍ତି।
Powered by Froala Editor