ଗରମ ତେଲ ଢାଳିଦେଲେ ବୋହୂ, ଶ୍ବଶୁର ଗୁରୁତର
ପରଜଙ୍ଗ: ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ । ଫଳରେ ଶ୍ବଶୁର ଗୁରୁତର ଆହତ ହୋଇ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।
ସୂଚନା ମୁତାବକ କୌଣସି ଏକ କଥାକୁ ନେଇ ଘରେ ଥିବା ବିଧବା ବହୁ କୁସ୍ମିତା ଭୂତିଆ ଗରମ ପାଣି ସହ ରିଫାଇନ ତେଲ ମିଶାଇ ଗ୍ୟାସ ରେ ଗରମ କରି ଶ୍ବଶୁର ଶ୍ରୀକାନ୍ତ ଭୂତିଆ (୮୦)ଙ୍କ ଉପରେ ଢାଳି ଦେଇଥିଲେ । ଫଳରେ ସେ ଗୁରୁତର ହୋଇପଡିଥିଲେ, ତାଙ୍କ ଦେହ ସାରା ଜଳିଯାଇଥିଲା । ପୋଡଶୀଙ୍କ ଠାରୁ ଖବର ପାଇ ୧୧୨ ଗାଡ଼ି ଯାଇ ବୃଦ୍ଧଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।
Powered by Froala Editor