ଶାସନ ନୁହେଁ, ଏଠି ଲାଗୁଛି ଗୁଣ୍ଡାରାଜ୍ ଚାଲିଛି: ନବୀନ
ଭୁବନେଶ୍ବର : ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି। ନବୀନ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ, ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି। ଶାସନ ନୁହେଁ, ଏଠି ଲାଗୁଛି ଗୁଣ୍ଡାରାଜ୍ ଚାଲିଛି। ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ପିଟିପିଟି ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି। ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି।
ଭୟଶୂନ୍ୟ ହୋଇ ଅପରାଧୀ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି। ପୁଲିସ ପ୍ରଶାସନ ଏବଂ ଆଇନ କାନୁନର ବ୍ୟବସ୍ଥା କୁଆଡ଼େ ଯାଉଛି? ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ ଲଜ୍ଜିତ ହେବ ବୋଲି ନବୀନ ପ୍ରଶ୍ନ କରିଛନ୍ତି। ସେ ଦର୍ଶାଇଛନ୍ତି ଯେ, ଲୋକଙ୍କୁ ସୁରକ୍ଷା ଦରକାର। ରାଜ୍ୟ ସରକାର ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେଇ ସାଧାରଣ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରନ୍ତୁ।
Powered by Froala Editor