ମର୍ମନ୍ତୁଦ ଦୁର୍ଘଟଣାରେ ୫ ମୃତ
ପୋଲସରା : ଅଟୋକୁ ଧକ୍କା ଦେଇ ଘୋଷାଡି ନେଲା ବସ୍। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଶୁକ୍ରବାର ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଦୁର୍ଘଟଣାରେ ୪ ଗୁରୁତରଙ୍କୁ ଉଦ୍ଧାର କରି କୋଦଳା ମେଡିକାଲରେ ଭର୍ତ୍ତି କରାଯାଇଛି। ପୁରୁଷୋତ୍ତମପୁର ଥାନା ଲଡକାପଲ୍ଲୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ।
Powered by Froala Editor