ଜୁନ ୩ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା
ଭୁବନେଶ୍ବର : ପଶ୍ଚିମରେ ଗ୍ରୀଷ୍ମ ପ୍ରବାହ କମୁଛି। ଯେଉଁଠି ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରହୁଥିଲା ଏବେ ୪୧ ଡିଗ୍ରୀକୁ ଖସି ଆସିଲାଣି। ଉପକୂଳ ଓଡ଼ିଶାରେ ମଧ୍ୟ ଗରମ ଏବଂ ଗୁଳୁଗୁଳି କମିଛି। ପାଣିପାଗ ବିଭାଗର
ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ। କିନ୍ତୁ ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଜୁନ ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳେର କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ଅପରାହ୍ଣ କିମ୍ବା ସନ୍ଧ୍ୟାରେ କେନ୍ଦୁଝର, ଅନୁଗୋଳ, ଦେବଗଡ଼ ଏବଂ ସମ୍ବଲପୁର ଜିଲାର ଅନେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor