Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଆଜିଠୁ ଆରମ୍ଭ ହେବ ଏସ୍ଆଇଆର୍

ରାଜ୍ୟରେ ଆଜିଠୁ ଆରମ୍ଭ ହେବ ଏସ୍ଆଇଆର୍

2026-05-30 05:51:00
13575
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଆଜିଠୁ ଆରମ୍ଭ ହେବ ଏସ୍ଆଇଆର୍

ଭୁବନେଶ୍ୱର: ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) କାର୍ଯ୍ୟକ୍ରମ ଶନିବାରଠାରୁ ଆରମ୍ଭ ହେବ। ଜୁନ ୨୮ ପର୍ଯ୍ୟନ୍ତ ବୁଥ୍‌ ସ୍ତରୀୟ ଅଧିକାରୀ(ବିଏଲ୍ଓ) ଭୋଟରଙ୍କ ଘରକୁ ଯାଇ ଦୁଇଟି ପରିଗଣନା ଫର୍ମ ବଣ୍ଟନ କରିବେ। ଏଥିପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଏନେଇ ସିଇଓ ଆର୍.ଏସ୍. ଗୋପାଳନ ସୂଚନା ଦେଇଛନ୍ତି।
ଶୁକ୍ରବାର ସିଇଓଙ୍କ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗୋପାଳନ କହିଥିଲେ; ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦେଶାନୁଯାୟୀ ଓଡ଼ିଶାରେ ଭୋଟର ତାଲିକାର ଏସ୍ଆଇଆର୍ ପ୍ରକ୍ରିୟା ପାଇଁ ସମୟସୂଚୀ ଘୋଷଣା ହୋଇଛି। କାର୍ଯ୍ୟସୂଚୀ ଅନୁଯାୟୀ; ଜୁଲାଇ ୧କୁ ଏସ୍ଆଇଆର୍ ପାଇଁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରାଯାଇଛି। ମେ’ ୩୦ରୁ ଜୁନ୍ ୨୮ ପର୍ଯ୍ୟନ୍ତ ବିଏଲ୍ଓ ପ୍ରତି ଘରକୁ ଯାଇ ପ୍ରତ୍ୟେକ ଭୋଟର ପାଇଁ ଦୁଇଟି ପରିଗଣନା ଫର୍ମ ପ୍ରଦାନ କରିବେ। ଜଣେ ବି ଯୋଗ୍ୟ ଭାରତୀୟ ଭୋଟର ଯେମିତି ବାଦ ନ ପଡ଼ନ୍ତି ଓ ଅଯୋଗ୍ୟ ଭୋଟର ଯେମିତି ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ନ ହୁଅନ୍ତି, ସେଥିପ୍ରତି ବିଏଲଓଙ୍କୁ ସଜାଗ ରହିବାକୁ ସିିଇଓ ଶ୍ରୀ ଗୋପାଳନ ନିର୍ଦେଶ ଦେଇଛନ୍ତି।

ଜୁନ ୨୮ସୁଦ୍ଧା ମତଦାନ କେନ୍ଦ୍ରଗୁଡ଼ିକର ପୁନର୍ବିନ୍ୟାସ ଏବଂ ଜୁଲାଇ ୫ରେ ଚିଠା ଭୋଟର ତାଲିକା ପ୍ରକାଶ କରାଯିବ। ଜୁଲାଇ ୫ରୁ ଅଗଷ୍ଟ ୪ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଦାଖଲ ସମୟସୀମା ଧାର୍ଯ୍ୟ ହୋଇଛି। ଜୁଲାଇ ୫ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ନୋଟିସ ପର୍ଯ୍ୟାୟ/ଦାବି ଓ ଆପତ୍ତିର ସମାଧାନ କରାଯିବ। ସେପ୍ଟେମ୍ବର ୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଏସ୍ଆଇଆର ପାଇଁ ପ୍ରସ୍ତୁତି ପର୍ଯ୍ୟାୟରେ ମୋଟ ଭୋଟରଙ୍କ ମଧ୍ୟରୁ ୩,୧୬,୦୩,୩୨୩ ଅର୍ଥାତ ୯୪.୬୧% ଭୋଟରଙ୍କୁ ୨୦୦୨ରେ ପ୍ରକାଶିତ ଶେଷ ଏସ୍ଆଇଆର ସମୟର ଭୋଟର ତାଲିକା ସହିତ ମ୍ୟାପିଂ କରାଯାଇଛି। ପ୍ରାକ୍-ଏସ୍ଆଇଆର ପର୍ଯ୍ୟାୟରେ ଯେଉଁ ନିର୍ବାଚକଙ୍କୁ ମ୍ୟାପିଂ କରାଯାଇ ପାରି ନ ଥିଲା, ସେମାନେ ମଧ୍ୟ ଏସ୍ଆଇଆର ସମୟରେ ଯଥୋଚିତ ସୂଚନା ଦାଖଲ କଲେ ମ୍ୟାପିଂ ହୋଇପାରିବ। ଏସ୍ଆଇଆର ସମୟରେ ୪୫ ହଜାର ୨୫୫ଜଣ ବିଏଲ୍ଓ ଘରକୁ ଘର ଯାଇ ପରିଗଣନା ଫର୍ମ ବଣ୍ଟନ ଓ ସଂଗ୍ରହ କରିବେ। ପ୍ରତ୍ୟେକ ଭୋଟରଙ୍କୁ ଦୁଇଟି ଲେଖାଏଁ ପୂର୍ବମୁଦ୍ରିତ ଫର୍ମ ଯୋଗାଇ ଦିଆଯିବ। ଏଥିରେ ଭୋଟରଙ୍କ ବ୍ୟକ୍ତିଗତ ବିବରଣୀ, ପରିବାର ସଦସ୍ୟଙ୍କ ସୂଚନା ଏବଂ ୨୦୦୨ର ଭୋଟର ତାଲିକା ସମ୍ବନ୍ଧୀୟ ତଥ୍ୟ ଦେବାକୁ ପଡ଼ିବ। ବିଏଲ୍ଓ ପରିଦର୍ଶନ ସମୟରେ ସେମାନଙ୍କ ତଥ୍ୟ ଯାଞ୍ଚ କରିବା ସହ ତ୍ରୁଟି ସଂଶୋଧନ କରିବେ। ପୂରଣ ହୋଇଥିବା ଫର୍ମର ଗୋଟିଏ ନକଲ ବିଏଲ୍ଓ ସଂଗ୍ରହ କରିବେ ଏବଂ ଦ୍ୱିତୀୟ ନକଲରେ ଦସ୍ତଖତ କରି ଭୋଟରଙ୍କୁ ରସିଦ ବା ସ୍ୱୀକୃତିପତ୍ର ଭାବେ ଫେରସ୍ତ କରିବେ, ଯାହାକୁ ଭୋଟର ଭବିଷ୍ୟତ ପାଇଁ ସାଇତି ରଖିବେ। ଭୋଟର ଚାହିଁଲେ ନିର୍ବାଚନ ଆୟୋଗଙ୍କ ସରକାରୀ ୱେବ୍‌ସାଇଟ (voters.eci.gov.in)ରୁ ଏହି ଫର୍ମ ଡାଉନଲୋଡ୍ କରିପାରିବେ ଏବଂ ପୂରଣ ପରେ ସେହି ପୋର୍ଟାଲ ମାଧ୍ୟମରେ ହିଁ ଅପଲୋଡ୍ କରିପାରିବେ।

ଫର୍ମ ପୂରଣ କରିବାରେ କୌଣସି ସମସ୍ୟା ହେଲେ ବିଏଲ୍ଓ ସମ୍ପୃକ୍ତ ଭୋଟରଙ୍କୁ ସହାୟତା କରିବେ। ଏଥିସହ ନୂଆ ଭୋଟର ଭାବେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥିବା ଯୋଗ୍ୟ ବ୍ୟକ୍ତିଙ୍କୁ ବିଏଲ୍ଓ ସେହି ସମୟରେ ଫର୍ମ-୬ ସହ ସ୍ୱତନ୍ତ୍ର ଘୋଷଣାପତ୍ର ପ୍ରଦାନ କରିବେ।  

Powered by Froala Editor

Tags SIR

Related articles Odisha News Lens 4.1

  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14413
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15284
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14094
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15008
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15237
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13983
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13594
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15718
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15043
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13983
    Oct 14, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15237
    Oct 15, 2026
  • ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15284
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17826
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14596
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14700
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15705
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14379
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16113
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13806
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15097
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15040
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13983
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15284
    Oct 15, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14413
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In