ଲୋକଭବନର ନ୍ୟୁ ଅଭିଷେକ ହଲରେ ‘ମନ୍କୀ ବାତ୍’ କାର୍ଯ୍ୟକ୍ରମ ଶୁଣିଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ
ଭୁବନେଶ୍ବର : ରବିବାର ଲୋକଭବନର ନ୍ୟୁ ଅଭିଷେକ ହଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ୍କୀ ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି। ଏହି ଅବସରରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବିଭିନ୍ନ ବିଭାଗର ମନ୍ତ୍ରୀ, ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ କୁଳପତି ପ୍ରଧାନମନ୍ତ୍ରୀଙ୍କ ‘ମନ୍କୀ ବାତ୍’ ଶୁଣିଛନ୍ତି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟର କୁଳପତି, କୁଳସଚିବ, ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ଶିକ୍ଷାବିତ୍ ଉପସ୍ଥିତ ଥିଲେ।
Powered by Froala Editor