୪ ରୁ ୫ ଦିନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ପାରଦ
ଭୁବନେଶ୍ବର : ବୌଦ୍ଧ ଏବଂ ଖୋରଧାକୁ ଛାଡ଼ି ଦେଲେ ବାକି ସବୁ ଜିଲାରେ କାଳବୈଶାଖୀ ପ୍ରଭାବରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗକୁ ପୁଣି ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆଗାମୀ ୪ରୁ ୫ ଦିନରେ ପାରଦ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, ବାଲେଶ୍ବର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଯାଜପୁର, କଟକ, ପୁରୀ ଏବଂ ଖୋରଧା ଜିଲାକୁ କାଳବୈଶାଖୀ ସମ୍ଭାବନା ରହିଛି।
Powered by Froala Editor