ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୫୦ ଟଙ୍କାକୁ ବଢିଲା
ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଦୈନିକ ଭତ୍ତା (DCA) ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ।
ସୂଚନାଯୋଗ୍ୟ,, ୨୦୨୫ ଜୁଲାଇ ପହିଲାରେ ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୨୩ରୁ ୬୩୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ନିୟମିତ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ୨୦୨୬ ଜାନୁଆରୀ ପହିଲାରୁ ବୃଦ୍ଧି କରିଛନ୍ତି ।
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ଏବଂ ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ଗୃହରକ୍ଷୀମାନଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏହି ପଦକ୍ଷେପ ଯୋଗୁ ରାଜ୍ୟର ହଜାର ହଜାର ଗୃହରକ୍ଷୀ ଉପକୃତ ହେବେ ବୋଲି କୁହାଯାଉଛି।
Powered by Froala Editor