ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
ସୁସ୍ଥ ରହିବା ପାଇଁ ସଭିଁଙ୍କୁ ପାଣିର ଯଥେଷ୍ଟ ଆବଶ୍ୟକତା ରହିଛି। ପର୍ୟ୍ୟାପ୍ତ ମାତ୍ରାରେ ପାଣି ପିଇବା ନିତାନ୍ତ ଜରୁରୀ। ଶରୀରରେ ପାଣିର ଅଭାବ ହେବା ଦ୍ୱାରା ଅନେକ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ରୋଗର କାରଣ ପାଲଟିଥାଏ। ତେବେ ଶୋଇବା ପୂର୍ବରୁ ପାଣି ପିଇବା ଉଚିତ କି ନୁହେଁ। ତାହା ସଭିଁଙ୍କୁ ହୁଏତ ଜଣାନଥିବ। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଏହାକୁ ନେଇ ମତ ମଧ୍ୟ ରହିଛି।
ରାତିରେ ଶୋଇବାର ୨ ଘଣ୍ଟା ପୂର୍ବରୁ ଖାଦ୍ୟ ଖାଇବାର କିଛି ସମୟ ପରେ ପାଣି ପିଇବା ଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ। ଏହାସହ ପେଟ ସହ ଜଡିତ ଅନେକ ସମସ୍ୟା ମଧ୍ୟ ଦୂର ହୋଇଥାଏ।
ଶୋଇବାର ୧ ଘଣ୍ଟା ପୂର୍ବରୁ ପାଣି ପିଇବା ଦ୍ୱାରା ମାଇଗ୍ରେନ ସହ ମୁଣ୍ଡ ବିନ୍ଧା ସମସ୍ୟା ଦୂର ହୋଇଥାଏ।
ରାତିରେ ଶୋଇବା ପୂର୍ବରୁ ଅଧିକ ପରିମାଣରେ ପାଣି ପିଇବା ଦ୍ୱାରା ବାରମ୍ବାର ପରିଶ୍ରା ଲାଗିଥାଏ। ଫଳରେ ନିଦ ବାରମ୍ବାର ଭାଙ୍ଗିଥାଏ। ଭରପୁର ନିଦ ନହେବା ଦ୍ୱାରା ହୃଦୟ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ।
ଏହାସହ ଶୋଇବା ପୂର୍ବରୁ ପାଣି ପିଇବା ଦ୍ୱାରା ଓଜନ ବୃଦ୍ଧି, ଉଚ୍ଚ ରକ୍ତଚାପ, କୋଲେଷ୍ଟେରୋଲ୍ ସମସ୍ୟା ସୃଷ୍ଟି ହୋଇଥାଏ।
ରାତିରେ ଶୋଇବାର ୨ ଘଣ୍ଟା ପୂର୍ବରୁ ପାଣି ପିଇବା ଉଚିତ୍।
Powered by Froala Editor