Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

ରାଜ୍ୟ
Home ›› ରାଜ୍ୟ ››‘ସଂକଳ୍ପରୁ ସିଦ୍ଧି’ ଦେଶକୁ ଆତ୍ମନିର୍ଭରଶୀଳତାର ଏକ ନୂଆ ମାର୍ଗ ଦେଖାଇଛି: ମୁଖ୍ୟମନ୍ତ୍ରୀ

‘ସଂକଳ୍ପରୁ ସିଦ୍ଧି’ ଦେଶକୁ ଆତ୍ମନିର୍ଭରଶୀଳତାର ଏକ ନୂଆ ମାର୍ଗ ଦେଖାଇଛି: ମୁଖ୍ୟମନ୍ତ୍ରୀ

2026-06-10 06:44:25
14580
Share:
Facebook
Twitter
E-Mail
WhatsApp
Telegram
‘ସଂକଳ୍ପରୁ ସିଦ୍ଧି’ ଦେଶକୁ ଆତ୍ମନିର୍ଭରଶୀଳତାର ଏକ ନୂଆ ମାର୍ଗ ଦେଖାଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଗତ ୧୨ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଭାରତ ରୂପାନ୍ତରଣର ଯୁଗ ଦେଖିଛି। ସହରଠୁ ଗ୍ରାମ ସବୁଠି ବିକାଶ ଆସିଛି। ଅନ୍ତର୍ଜାତୀୟ ସ୍ତରରେ ଆମ ଦେଶର ଗୁରୁତ୍ବ ବଢ଼ିଛି। ଲୋକଙ୍କ ଜୀବନ ଧାରଣ ମାନରେ ପରିବର୍ତ୍ତନ ସୁନିଶ୍ଚିତ ହୋଇଛି। ‘ସଂକଳ୍ପରୁ ସିଦ୍ଧି’ ଦେଶକୁ ଆତ୍ମନିର୍ଭରଶୀଳତାର ଏକ ନୂଆ ମାର୍ଗ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। କେନ୍ଦ୍ରରେ ମୋଦୀ ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରର ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା କହିଥିଲେ। ସେହିପରି କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କହିଛନ୍ତି, ଦେଶରେ ଯୋଜନା ଦ୍ରୁତ ଗତିରେ କାର୍ଯ୍ୟକାରୀ ହୋଇଛି, ବିଶ୍ବର ଶକ୍ତିଶାଳୀ ଅର୍ଥନୀତି ଆଡ଼କୁ ଆମ ଦେଶ ଅଗ୍ରସର ହେଉଛି।
ମୁଖ୍ୟମନ୍ତ୍ରୀ କହିଥିଲେ, ପୂର୍ବ ସରକାର ଅମଳରେ ଓଡ଼ିଶାରେ ଅନେକ ଯୋଜନା ଥିଲା। କିନ୍ତୁ ବହୁ ଯୋଜନା କେବଳ କାଗଜ କଲମରେ ସୀମିତ ଥିଲା। ଆଜି କେନ୍ଦ୍ର ଓ ରାଜ୍ୟର ଡବଲ ଇଞ୍ଜିନ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଐତିହାସିକ ଶିଖର ଛୁଇଁଛି। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ଆମେ କାର୍ଯ୍ୟ କରୁଛୁ। ବନ୍ଦର ଓ ସାମୁଦ୍ରିକ ବାଣିଜ୍ୟ, ରେଳପଥ, ଜାତୀୟ ରାଜପଥ,
ବିମାନ ଚଳାଚଳ, କୃଷି, ସମବାୟ ଓ ମତ୍ସ୍ୟ ଚାଷୀଙ୍କ କଲ୍ୟାଣ, ପିଏମ୍ ମାତୃବନ୍ଦନା, ପିଏମ୍ ଜନମନ, ସହରାଞ୍ଚଳ ଓ ଗ୍ରାମୀଣ ବିକାଶ, ଦକ୍ଷତା ବିକାଶ, ପର୍ଯ୍ୟଟନ, ସୌର ଶକ୍ତି ଓ ସ୍ୱାସ୍ଥ୍ୟ ସେବା; ସବୁ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ଓଡ଼ିଶାକୁ ସମୃଦ୍ଧି ଅଭିମୁଖେ ନେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।। ଶ୍ରୀ ମାଝୀ କହିଥିଲେ, ୨୦୨୦ର କରୋନା ମହାମାରୀ ସମୟରେ ବିଶ୍ୱର ଅନେକ ଗରିବ ରାଷ୍ଟ୍ରକୁ ସହାୟତାର ହାତ ବଢ଼ାଇ ଭାରତ ‘ବିଶ୍ୱବନ୍ଧୁ’ ଭାବେ ଉଭା ହୋଇଥିଲା। ୟୁକ୍ରେନ ଯୁଦ୍ଧ ଏବଂ ପଶ୍ଚିମ ଏସିଆର ସଂକଟ ସତ୍ତ୍ୱେ ଭାରତ ଆଜି ୭% ରୁ ୯% ଅଭିବୃଦ୍ଧି ହାର ସହ ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢ଼ୁଥିବା ପ୍ରମୁଖ ଅର୍ଥନୀତି। ଦିନ ଥିଲା ଭାରତକୁ ବିଶ୍ୱର ୫ଟି ଦୁର୍ବଳ ଅର୍ଥନୀତି ମଧ୍ୟରେ ଗଣାଯାଉଥିଲା। ଆଜି ମୋଦୀଙ୍କ ଦୂରଦୃଷ୍ଟି ଯୋଗୁଁ ବିଶ୍ୱରେ ଅସ୍ଥିରତା ମଧ୍ୟରେ ଗତ ଆର୍ଥିକ ବର୍ଷରେ ଭାରତ ୭.୭ ପ୍ରତିଶତ ଅଭିବୃଦ୍ଧି ହାର ହାସଲ କରିଛି। ଦେଶର ମଜଭୁତ ଭିତ୍ତିଭୂମି, ଉତ୍ପାଦନ, ଉନ୍ନତ ସେବା କ୍ଷେତ୍ର ଏବଂ ସୁଦୃଢ଼ ଡିଜିଟାଲ୍ ଇକୋସିଷ୍ଟମ୍ ଏହାର ଜ୍ୱଳନ୍ତ ପ୍ରମାଣ। ଭାରତ ଆଜି ଉଭୟ ଶକ୍ତି ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେଉଛି। ,ଏହି ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜ୍ୟସଭା ସାଂସଦ ମନମୋହନ ସାମଲ ଏବଂ ମୁଖ୍ୟ ସଚିବ ଅନୁ ଗର୍ଗ ଉପସ୍ଥିତ ଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    13952
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13315
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14301
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13652
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14282
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14416
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14959
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15068
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15387
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14301
    Jul 08, 2026
  • ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    13952
    Jul 08, 2026
  • ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15387
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17579
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17633
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18032
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15068
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15539
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15353
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15218
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14642
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15703
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13810
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14921
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    13952
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15387
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14282
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In