୧୫ ଆଇପିଏସ ଅଧିକାରୀଙ୍କୁ ୧୭ଟି ଜିଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ
ଭୁବନେଶ୍ୱର : ୧୫ ଜଣ ଆଇପିଏସ ଅଧିକାରୀଙ୍କୁ ୧୭ଟି ଜିଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ ପ୍ରଦାନ କରାଯାଇଛି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲାର ଦାୟିତ୍ୱ ପ୍ରଦାନ କରାଯାଇଛି।
ସେହିପରି ସ୍ପେଶାଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ, ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏଁ ଜିଲା ନିରୀକ୍ଷଣ ଦାୟିତ୍ୱ, ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର ଜିଲା ନିରୀକ୍ଷଣ ଦାୟିତ୍ୱ, ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ ଜିଲା ତଦାରଖ ଦାୟିତ୍ୱ ଦିଆଯାଇଥିବା ବେଳେ ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର ଜିଲା ଦାୟିତ୍ୱ, ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ୍.ସାଇନିଙ୍କୁ ବଲାଙ୍ଗୀର, ଆଇଜି ଏସ ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଅନୁପ ସାହୁଙ୍କୁ ପୁରୀ, ଅବିନାଶ କୁମାର ମୟୁରଭଞ୍ଜ ଓ ସାର୍ଥକ ଷଡଙ୍ଗୀ କେନ୍ଦ୍ରାପଡା, ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ଏହାସହ ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ ବୋଲି ମଧ୍ୟ କୁହାଯାଇଛି।
Powered by Froala Editor