Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

Home ›› ››ଗରିବ ଓ ମଧ୍ୟବିତ୍ତଙ୍କ ପାଇଁ ଖୋଲିବ ଅତିଥି ଭବନ, ୧୦୦ ଟଙ୍କାରେ ରହଣି

ଗରିବ ଓ ମଧ୍ୟବିତ୍ତଙ୍କ ପାଇଁ ଖୋଲିବ ଅତିଥି ଭବନ, ୧୦୦ ଟଙ୍କାରେ ରହଣି

2026-06-11 07:17:45
14336
Share:
Facebook
Twitter
E-Mail
WhatsApp
Telegram
ଗରିବ ଓ ମଧ୍ୟବିତ୍ତଙ୍କ ପାଇଁ ଖୋଲିବ ଅତିଥି ଭବନ, ୧୦୦ ଟଙ୍କାରେ ରହଣି

ଦୂରଦୂରାନ୍ତରୁ ବହୁ ଲୋକେ ପ୍ରତିଦିନ ରାଜଧାନୀକୁ ଆସୁଛନ୍ତି । କିଏ ଚିକିତ୍ସା ପାଇଁ ଆସୁଛି ତ ଆଉ କିଏ ସରକାରୀ ଓ ପ୍ରଶାସନିକ କାମ, ପରୀକ୍ଷା, ସାକ୍ଷାତକାର, ପ୍ରଶିକ୍ଷଣ ଓ ରାଜ୍ୟସ୍ତରୀୟ ସରକାରୀ କାର୍ଯ୍ୟକ୍ରମ ପାଇଁ ବିଭିନ୍ନ ଜିଲ୍ଲାରୁ ଦୈନିକ ହଜାର ହଜାର ଲୋକ ଆସୁଛନ୍ତି । କିନ୍ତୁ ଅନେକ ଲୋକେ ଟଙ୍କା ଦେଇ ଲଜ୍‌ ଓ ହୋଟେଲରେ ରହିବାକୁ ସକ୍ଷମ ହେଉନାହାନ୍ତି । ଅର୍ଥାଭାବରୁ ରେଳଷ୍ଟେସନ, ବସଷ୍ଟାଣ୍ଡ ବା ଅନ୍ୟ କେଉଁଠି ଆଶ୍ରୟ ନେବାକୁ ବାଧ୍ୟ ହେଉଛନ୍ତି । ଏଭଳି ଲୋକଙ୍କ ଉଦ୍ଦେଶ୍ୟରେ ଶସ୍ତା ଅତିଥି ଭବନ କରିବାକୁ ୧୨ ତାରିଖରେ ଭିତ୍ତିପ୍ରସ୍ତର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । 

ମୁଖ୍ୟମନ୍ତ୍ରୀଙ୍କ ଏହି ଡ୍ରିମ୍‌ ପ୍ରକଳ୍ପ ବାସ୍ତବ ରୂପ ନେବାକୁ ଯାଉଛି । ଏହି ଜନାଶ୍ରୟରେ ମାତ୍ର ୧୦୦ ଟଙ୍କା ଦେଇ ରାତି ରହଣୀ ସୁବିଧା ଦେବାକୁ ସରକାର ଯୋଜନା କରିଛନ୍ତି । ଅତିଥି ଭବନର ମୋଟ ୭୬୮ ରୁମ୍‌ରେ ୧୯୮୪ ବେଡ୍‌ ସୁବିଧା ରଖାଯିବ । ଏ ପ୍ରକଳ୍ପରେ ପ୍ରାୟ ୫୫୩.୨୯ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସରକାର ଆକଳନ କରିଛନ୍ତି । 

ପ୍ରସ୍ତାବିତ ଜନାଶ୍ରୟ କୋଠାକୁ ଆକର୍ଷଣୀୟ ସ୍ଥାପତ୍ୟ ଶୈଳୀରେ ନିର୍ମାଣ କରିବାକୁ ଯୋଜନା କରିଛି ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିଃ(ଓବିସିସି) । ମୋଟ ୩.୨ ଏକର ଜାଗାରେ ପୂରା ପ୍ରକଳ୍ପ ଛିଡ଼ା ହେବ । ଏଥିପାଇଁ ଅନେକ କ୍ୱାର୍ଟର୍ସ ଭଙ୍ଗା ହୋଇ ଜାଗା ଖାଲି କରାଯାଇଛି । ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଚିବ ସଞ୍ଜୟ ସିଂ ଜାଗା ବୁଲି ଦେଖିଛନ୍ତି । ପ୍ରସ୍ତାବିତ ଜନାଶ୍ରୟ ପ୍ରକଳ୍ପର ବେସ୍‌ମେଣ୍ଟରେ ୩ଟି ଭୂତଳ ମହଲା ରହିବ । ଏଠାରେ ୬୮୭ଟି କାର୍‌ ପାର୍କିଂ ହେବା ଭଳି ସ୍ଥାନ ଓ ସୁବିଧା ରଖାଯିବ । 

ଗ୍ରାଉଣ୍ଡ ଫ୍ଲୋର୍‌ରେ ଅଭ୍ୟର୍ଥନା ପ୍ରକୋଷ୍ଠ, ବିଭିନ୍ନ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ, ପ୍ରତୀକ୍ଷାଳୟ ଓ ଜିନିଷ ରଖିବା ସ୍ଥାନ ରହିବ। ପ୍ରଥମ ମହଲାରୁ ପଞ୍ଚମ ମହଲା ଯାଏ ଦୋକାନ ଓ ବିଭିନ୍ନ ଅଫିସ୍‌ ପାଇଁ ସ୍ଥାନ ରଖାଯିବ । ଷଷ୍ଠ ମହଲାରେ ହୋଟେଲ, ରୋଷେଇ ଓ ରେଷ୍ଟୁରାଣ୍ଟ, ଲଣ୍ଡ୍ରି, ଅବସର ବିନୋଦନ ସ୍ଥାନ ଓ ରିଡିଂ ରୁମ୍‌ ରହିବ । ସପ୍ତମ ମହଲାରେ କର୍ମଚାରୀଙ୍କ ବିଶ୍ରାମ ପାଇଁ କୋଠରୀ ଓ ଜନାଶ୍ରୟ’ର ବିଭିନ୍ନ ଅଫିସ୍‌ ରହିବ । ଅଷ୍ଟମ ମହଲାରୁ ୧୪ ମହଲା ଯାଏ ୩ଟି ବେଡ୍‌ ବିଶିଷ୍ଟ ୬୪ଟି ରୁମ୍‌ ରହିବ । ପ୍ରତି ମହଲାରେ ୧୯୨ଟି ବେଡ୍‌ ରଖାଯିବ । ସବୁ ରୁମ୍‌ରେ ସ୍ୱତନ୍ତ୍ର ଶୌଚାଳୟ ସୁବିଧା କରାଯିବ । ୧୫ ମହଲାରୁ ୧୯ ମହଲା ଯାଏ ୨ଟି ବେଡ୍‌ ବିଶିଷ୍ଟ ୬୪ଟି ରୁମ୍‌ ରହିବ । ପ୍ରତି ମହଲାରେ ୧୨୮ଟି ବେଡ୍‌ ରହିବ । ଅଷ୍ଟମ ମହଲାରୁ ୧୯ ମହଲା ଯାଏ ମୋଟ ୪୪୮ଟି ରୁମ୍‌ରେ ୧୯୮୪ ବେଡ୍‌ ରଖିବାକୁ ଓବିସିସି ଡିଜାଇନ୍‌ କରିଛି । ପ୍ରଥମ ପର୍ଯ୍ୟାୟରେ ୟୁନିଟ୍‌-୨ ଅଞ୍ଚଳରୁ ମୋଟ ୨୨୪ କ୍ୱାର୍ଟର୍ସ ଭଙ୍ଗାଯିବ । ଦ୍ୱିତୀୟ ପର୍ଯ୍ୟାୟରେ ୟୁନିଟ୍‌୨ରୁ ୧୮୦ଟି କ୍ୱାର୍ଟର୍ସ ଭଙ୍ଗାଯିବ । 

Powered by Froala Editor

Tags aithi bhawan

Related articles Odisha News Lens 4.1

  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14418
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13958
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15847
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13507
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15506
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15423
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14759
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14946
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14657
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14657
    Jul 03, 2026
  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15363
    Jul 03, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15423
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14759
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14534
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14302
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15921
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15794
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15673
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15506
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14946
    Jul 02, 2026
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14418
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In