ଆଜିଠାରୁ ଆଇଟିଇପି ନାମଲେଖା ଆବେଦନ ଜୁଲାଇ ୫ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେଶନ ପ୍ରୋଗ୍ରାମ (ଆଇଟିଇପି) ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଶନିବାର ଅପରାହ୍ନ ୨ଟାରୁ ସାମ୍ସ ପୋର୍ଟାଲରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଏହି ଆଦେଦନ ପ୍ରକ୍ରିୟା ଜୁଲାଇ ୫ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ୧୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ। ଆସନ୍ତା ଅଗଷ୍ଟ ୧ରୁ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor