ପାହାଡପୁର ଗୋଷାଣୀ ପୀଠରେ ରାଷ୍ଟ୍ରପତିଙ୍କ ସହ ମିଶି ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର : ପାହାଡପୁରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ। ରାଷ୍ଟ୍ରପତିଙ୍କ ଗାଁରେ ଅଛନ୍ତି ପ୍ରଧାନମନ୍ତ୍ରୀ। ମୋଦୀଙ୍କୁ ଗାଁ ବୁଲାଉଛନ୍ତି ରାଷ୍ଟ୍ରପତି। ଆଦିବାସୀ ଧର୍ମପୀଠରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ। ପାହାଡପୁର ଗୋଷାଣୀ ପୀଠରେ ରାଷ୍ଟ୍ରପତିଙ୍କ ସହ ମିଶି ଏକାଠି ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ। ସମୃଦ୍ଧ ଆଦିବାସୀ ପରମ୍ପରା ନେଇ ପ୍ରଧାନମନ୍ତ୍ରୀଙ୍କୁ ବୁଝାଇଲେ ରାଷ୍ଟ୍ରପତି। ଏହାସହ ଏସଏଲଏସ ସ୍କୁଲ୍ ଯାଇ ପିଲାଙ୍କ ସହ ଭାବର ଆଦାନପ୍ରଦାନ କଲେ।
ପ୍ରଧାନମନ୍ତ୍ରୀଙ୍କୁ ସାଙ୍ଗରେ ଧରି ରାଷ୍ଟ୍ରପତି ପ୍ରଥମେ ଗାଁର ଆଦିବାସୀଙ୍କ ସାମାଜିକ ତଥା ଧାର୍ମିକକେନ୍ଦ୍ର ଗୋଷାଣୀ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ ।
ସେଠାରୁ ଦୁହେଁ ସାନ୍ତାଳୀ ଜାହିରା ପୀଠ ଦର୍ଶନ କରିବା ପରେ ହୋ-ମୁଣ୍ଡା ଜାହିରା ପୀଠକୁ ଯାଇଥିଲେ। ସେଠାରୁ ଦିନ ୧୧.୨୫ରେ ନିକଟସ୍ଥ ଦକ୍ଷତା ବିକାଶକେନ୍ଦ୍ରକୁ ଯାଇ ପ୍ରଶିକ୍ଷଣ ପରେ ଚାକିରି ପାଇଥିବା ଯୁବକଯୁବତୀଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ରାଷ୍ଟ୍ରପତିଙ୍କ ସ୍ୱର୍ଗତ ସ୍ୱାମୀ ଓ ଦୁଇପୁତ୍ରଙ୍କ ସ୍ମୃତିରେ ପାହାଡ଼ପୁରରେ ପ୍ରତିଷ୍ଠିତ ଏସ୍ଏଲ୍ଏସ୍ ମେମୋରିଆଲ୍ ସ୍କୁଲକୁ ଯାଇ ସେମାନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକଙ୍କ ସହିତ ଭାବ ବିନିମୟ କରିଥିଲେ। ସ୍କୁଲ ପଡ଼ିଆରେ ଆୟୋଜିତ ଆଞ୍ଚଳିକ ହସ୍ତଶିଳ୍ପ ମେଳା ବୁଲି ଦେଖିଥିଲେ।
Powered by Froala Editor