୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା
ଭୁବନେଶ୍ୱର: ଜୁନ୍ ୨୮ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଉପକୂଳବର୍ତ୍ତୀ ଜିଲାଗୁଡିକରେ ବର୍ଷା ପବନର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
Powered by Froala Editor