ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ
ଭୁବନେଶ୍ୱର: କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ସାକ୍ଷାତକାରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଠାୱଲେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରିଥିଲେ।
ଓଡିଶାରେ ସାମାଜିକ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନିଆଯାଉଛି ବୋଲି ପ୍ରକାଶ କରି ମଧୁବାବୁ ପେନସନ ଯୋଜନାରେ ଆଉ ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବା, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଅଧିକ ୫ କିଲୋ ଚାଉଳ ଯୋଗାଇଦେବା ଆଦି ବିଭିନ୍ନ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲେ।
Powered by Froala Editor