ଝଡ଼ବର୍ଷା ନେଇ ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର:ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ୟ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆକଳନ ଅନୁଯାୟୀ ଜୁଲାଇ ୨ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜୁନ୍ ୩୦ ପର୍ୟ୍ୟନ୍ତ ବିଭିନ୍ନ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ କରାଯାଇଛି। ଶନିବାର ୧୦ ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଝଡ଼ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବ। ବାକି ସମସ୍ତ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Powered by Froala Editor