ବିଚ୍ ରାସ୍ତାରେ ଯୁବକଙ୍କୁ ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣ
ବିନିକା : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ୍। ବିଚ୍ ରାସ୍ତାରେ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ। ଯୁବକ ଜଣଙ୍କ ହେଲେ ବିନିକା ବେରିହାପଡାର ଜୟ ବାଗ (୨୫ ବର୍ଷ)। ତାଙ୍କୁ ଗୁରୁତର ଅବସ୍ଥାରେ ବିନିକା ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।
ସୂଚନାନୁଯାୟୀ, ବିନିକା ସହରର ପାପକ୍ଷୟ ଛକରେ ବେରିହାପଡାର ଜୟ ବାଗଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ। ଜୟଙ୍କୁ ଲହୁଲୁହାଣ କରି ଘଟଣାସ୍ଥଳରୁ ଫେରାର୍ ମାରିଥିଲେ। ଜୟଙ୍କ ଗୋଡ଼, ହାତ, ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ପ୍ରଥମେ ବିନିକା ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ବିଳମ୍ଵିତ ରାତିରେ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।
Powered by Froala Editor