ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଆଗାମୀ ୨-୩ ଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ଗୁରୁବାର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଛି ସୂଚନା।
Powered by Froala Editor