Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

Home ›› ››ବଳରାମ ଦାସଙ୍କ ସମାଧିପୀଠଠାରେ ‘ଲକ୍ଷ୍ମୀ ପୁରାଣ କରିଡର’ ନିର୍ମାଣ ପାଇଁ ରୂପରେଖା ପ୍ରସ୍ତୁତ

ବଳରାମ ଦାସଙ୍କ ସମାଧିପୀଠଠାରେ ‘ଲକ୍ଷ୍ମୀ ପୁରାଣ କରିଡର’ ନିର୍ମାଣ ପାଇଁ ରୂପରେଖା ପ୍ରସ୍ତୁତ

2026-07-03 07:06:43
13768
Share:
Facebook
Twitter
E-Mail
WhatsApp
Telegram
ବଳରାମ ଦାସଙ୍କ ସମାଧିପୀଠଠାରେ ‘ଲକ୍ଷ୍ମୀ ପୁରାଣ କରିଡର’ ନିର୍ମାଣ ପାଇଁ ରୂପରେଖା ପ୍ରସ୍ତୁତ

ଭୁବନେଶ୍ୱର: ମିଶନ ଶକ୍ତି ଭବନସ୍ଥିତ ଅଡିଟୋରିଅମ ହଲ୍‌ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ “ଶକ୍ତି ବନ୍ଦନାର ମହାଗାଥା - ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ” ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଏହି ଅବସରରେ ଉପସ୍ଥିତ ବିଶିଷ୍ଟ ବିଦ୍ୱାନ, ଗବେଷକ ଓ ବକ୍ତାମାନେ ଲକ୍ଷ୍ମୀ ପୁରାଣର ସାହିତ୍ୟିକ, ସାଂସ୍କୃତିକ ଓ ସାମାଜିକ ମହତ୍ତ୍ୱ ସହିତ ଏଥିରେ ଥିବା ନାରୀ ସଶକ୍ତିକରଣ ଏବଂ ସାମାଜିକ ସମାନତାର ବାର୍ତ୍ତା ଉପରେ ବିସ୍ତୃତ ଆଲୋଚନା କରିଥିଲେ।

ଉଦ୍‌ବୋଧନ ଦେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଥିଲେ ଯେ, ମହାଲକ୍ଷ୍ମୀ ପୁରାଣର ମୂଳ ବାର୍ତ୍ତା କେବଳ ଧାର୍ମିକ ନୁହେଁ, ବରଂ ଏହା ଏକ ସାମାଜିକ ବିପ୍ଳବର ପ୍ରତୀକ। ପ୍ରକୃତ ସମୃଦ୍ଧି କେବଳ ଧନରେ ନୁହେଁ, ବରଂ ନ୍ୟାୟ, ସମାନତା, ପରିଶ୍ରମ, ସ୍ୱାଭିମାନ ଏବଂ ସମ୍ମାନ ଉପରେ ନିର୍ଭର କରେ। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଶକ୍ତି, ସଂସ୍କୃତି ଓ ପରମ୍ପରାର ଦର୍ଶନ ବିଶ୍ୱବାସୀଙ୍କୁ କରାଇବା ଲକ୍ଷ୍ୟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ବଳରାମ ଦାସଙ୍କ ସମାଧିପୀଠଠାରେ ‘ଲକ୍ଷ୍ମୀ ପୁରାଣ କରିଡର’ ନିର୍ମାଣ ପାଇଁ ରୂପରେଖା ପ୍ରସ୍ତୁତ କରାଯାଇଛି ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ। 

ଏହି ଅବସରରେ ଗୋପ ବ୍ଲକ ଅନ୍ତର୍ଗତ ବେଗୁନିଆ ଗ୍ରାମରେ ପ୍ରସ୍ତାବିତ ଲକ୍ଷ୍ମୀ ପୁରାଣ କରିଡରର ପରିକଳ୍ପିତ ଚିତ୍ର ଉପରେ ଆଧାରିତ ଏକ ସ୍ୱତନ୍ତ୍ର ଭିଡିଓ ମଧ୍ୟ ପ୍ରଦର୍ଶିତ କରାଯାଇଥିଲା।
ଏହାପରେ ଆୟୋଜିତ ମୁଖ୍ୟ ଆଲୋଚନାଚକ୍ରରେ ନୂଆଦିଲ୍ଲୀସ୍ଥିତ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସେସର ମହିଳା ଅଧ୍ୟୟନ କାର୍ଯ୍ୟକ୍ରମର ମୁଖ୍ୟ ଡ. ବିଦ୍ୟୁତଲତା ମହାନ୍ତି, ବିଶିଷ୍ଟ ଲେଖକ ଓ ସ୍ତମ୍ଭକାର ଶ୍ରୀ ଅସିତ ମହାନ୍ତି, ଅବସରପ୍ରାପ୍ତ ଅଧ୍ୟାପକ ଗୌରାଙ୍ଗ ଚରଣ ଦାସ, ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ଦାସ ଓ ନମିତା ଅଗ୍ରୱାଲ ଯୋଗ ଦେଇଥିଲେ। ସେହିପରି ଅନନ୍ତ ଅବଧୂତ ମଠର ଶ୍ରୀ ଆଦିତ୍ୟ ଚନ୍ଦ୍ର ଦାସ, ରମାଦେବୀ ବିଶ୍ୱବିଦ୍ୟାଳୟର ସୁଚେତା ପ୍ରିୟବାଦିନୀ ଓ ଅଲିଭା ମହାନ୍ତି ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟର ଜୟନ୍ତୀ ଦୋରା ପ୍ରମୁଖ  ଅଂଶଗ୍ରହଣ କରିଥିଲେ।

Powered by Froala Editor

Tags Laxmi purana

Related articles Odisha News Lens 4.1

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15613
    Jul 02, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14831
    Jul 01, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14412
    Jul 03, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15196
    Jul 01, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15124
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14178
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14717
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13731
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15281
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15124
    Jul 03, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15196
    Jul 01, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15613
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16961
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17623
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14515
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14507
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14274
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15894
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15767
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15471
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14412
    Jul 03, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14831
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14717
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In