କୋରାପୁଟ ଓ ମାଲକାନଗିରି ଜିଲାକୁ ରେଡ୍ ଆଲର୍ଟ ଜାରି
ଭୁବନେଶ୍ୱର:ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି।
ବିଶେଷକରି ଶୁକ୍ରବାର ଅତି ପ୍ରବଳରୁ ଅଧିକ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Powered by Froala Editor