ବ୍ରୋଞ୍ଜ ଜିତିଲେ ସିନ୍ଧୁ, ଭାରତର ଗର୍ବ କହି ପ୍ରଶଂସା କଲେ ମୋଦି
ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସରେ ପଦକ ଜିତିବାରେ ସିନ୍ଧୁ ଦେଶର ପ୍ରଥମ ମହିଳା ହୋଇଛନ୍ତି। ରିଓ ଅଲିମ୍ପିକ୍ସରେ ସିନ୍ଧୁ ରୌପ୍ୟ ପଦକ ଜିତି ଇତିହାସ ରଚିଥିଲେ। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି । ଏହା ପୂର୍ବରୁ ମହିଳା ଭାରୋତ୍ତୋଳନରେ ମୀରାବାଈ ଚାନୁ ରୌପ୍ୟ ପଦକ ଜିତିଥିଲେ।
ସେମି ଫାଇନାଲରେ ହାରିବା ପରେ ସିନ୍ଧୁ ବ୍ରୋଞ୍ଚ ପଦକ ପାଇଁ ଆଶାୟୀ ଥିଲେ । ଆଜି ପ୍ରତିପକ୍ଷ ଚୀନ୍ର ବିଙ୍ଗଜିୟାଓଙ୍କୁ ହରାଇ ବ୍ରୋଞ୍ଜ ପଦକ ହାତେଇଛନ୍ତି ସିନ୍ଧୁ । ରବିବାର ଖେଳାଯାଇଥିବା ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ସଫଳତା ଅର୍ଜନ କରିଛନ୍ତି । ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗ'ଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି।
ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପିଭି ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିଶ୍ୱ ଚାମ୍ପିଅନ ଷଷ୍ଠ ସିଡ୍ ପିଭି ସିନ୍ଧୁ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଟୋସିନ୍ଧୁଙ୍କ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ପିଭି ସିନ୍ଧୁଙ୍କ ଚମତ୍କାର ପ୍ରଦର୍ଶନ ଦ୍ୱାରା ଆମେ ସମସ୍ତେ ଉତ୍ସାହିତ। ସେ ହେଉଛନ୍ତି ଭାରତର ଗର୍ବ ଏବଂ ସେ ଉତ୍କୃଷ୍ଟ ଅଲିମ୍ପିଆନଙ୍କ ମଧ୍ୟରୁ ଅନ୍ୟତମ।
Powered by Froala Editor