୮ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର,: ଲଘୁଚାପ ଆହୁରି ବଳୁଆ ହେବ । ଘନୀଭୂତ ହୋଇ ଆହୁରି ବର୍ଷା ଟାଣିବ । ଏହା ପ୍ରଭାବରେ ୮ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ପଶ୍ଚିମ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ କନ୍ଧମାଳରେ ଭୀଷଣ ବର୍ଷା ଆଶଙ୍କା ଅଛି । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି ।
ଶନିବାର ରାଜ୍ୟରେ ଭାରି ବର୍ଷା ଜାରି ରହିବ । ଭୀଷଣ ବର୍ଷା ଆଶଙ୍କାରେ ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଦିଆଯାଇଛି । ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଲାଗି ରହିବ ।
Powered by Froala Editor