କର୍ଡନ ପାସ୍ ଉପରେ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ କଡ଼ା ନିର୍ଦ୍ଦେଶ
ଭୁବନେଶ୍ବର: ପାଖେଇ ଆସୁଛି ରଥଯାତ୍ରା । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରଥଯାତ୍ରା ସମୀକ୍ଷା ବୈଠକ କରିଛନ୍ତି । କର୍ଡନ ପାସ୍ ଉପରେ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଗୋଟିଏ ବି ଅଧିକ କର୍ଡନ ପାସ୍ ଇସ୍ୟୁ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନୀତିକାନ୍ତି ସହ ଜଡ଼ିତ ସେବକ ଓ କର୍ମଚାରୀଙ୍କ ବ୍ୟତୀତ ଆଉ କାହାକୁ ପାସ୍ ଦିଆଯିବନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ପ୍ରକାଶଥାଉକି, ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେବାୟତ ଓ କର୍ମଚାରୀଙ୍କୁ ସମନ୍ବୟ ରକ୍ଷା କରି ଦାୟିତ୍ବ ନିର୍ବାହ କରିବାକୁ ଅପିଲ୍ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁରୀ ରଥଯାତ୍ରା ଉପରେ ସାରା ବିଶ୍ବର ନଜର ରହିଛି । ସମନ୍ବୟ ରକ୍ଷା କରି ଦାୟିତ୍ବ ନିର୍ବାହ କଲେ ରଥଯାତ୍ରା ତ୍ରୁଟିଶୂନ୍ୟ ହୋଇପାରିବ । ରଥଯାତ୍ରା ସୁରୁଖୁରୁରେ ସାରିବା ଓ ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଆମର ଦାୟିତ୍ବ ବୋଲି କହିଛନ୍ତି ।
Powered by Froala Editor