ଆସିଲା ପୋଷ୍ଟମର୍ଟମ ରିପୋର୍ଟ: ଏହି କାରଣରୁ IIC ବିଉଟି ମହାନ୍ତିଙ୍କ ହୋଇଛି ମୃତ୍ୟୁ
କଟକ: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ ।
ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତଦେହ ଶନିବାର ସକାଳେ ଝୁଲନ୍ତା ଅବସ୍ଥାରେ ନିଜ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର ହୋଇଥିଲା। ସେ ଆତ୍ମହତ୍ୟା କରିଥିବା ନେଇ ପରିବାର ଲୋକେ ସହଜରେ ଗ୍ରହଣ କରିପାରିନଥିଲେ । ୨ ଆଇଆଇସି, ଜଣେ ଏସ୍ପି, ଅତିରିକ୍ତ ଡିସିପି ଘଟଣାର ତଦନ୍ତ କରୁଛନ୍ତି ।
Powered by Froala Editor