ଦିନିକିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ୍
ଭୁବନେଶ୍ୱର : ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ୍ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏଥିପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ଶେଷ ହୋଇଛି। ଏହି ଅବସରରେ ଉପରାଷ୍ଟ୍ରପତି କେନ୍ଦ୍ର ମତ୍ସ୍ୟପାଳନ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରାଳୟ ପକ୍ଷରୁ ସ୍ଥାନୀୟ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଗଭୀର ସମୁଦ୍ରରୁ ମତ୍ସ୍ୟ ସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ମତ୍ସ୍ୟଜୀବୀଙ୍କୁ ପ୍ରାଧିକରଣ ପତ୍ର ବଣ୍ଟନ କରିବେ। ଏହାସହ ପ୍ରାଧିକରଣ ପତ୍ର ପାଇଥିବା ମତ୍ସ୍ୟଜୀବୀମାନେ ଅନ୍ତର୍ଜାତୀୟ ସମୁଦ୍ରରେ ମଧ୍ୟ ମାଛ ଧରିପାରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମତ୍ସ୍ୟ, ପଶୁପାଳନ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଯୋଗଦେବା କାର୍ଯ୍ୟକ୍ରମ ରହିଛି।
Powered by Froala Editor