ଇଣ୍ଡିଆନ୍ ଆଇଡଲ୍ ଗ୍ରାଣ୍ଡ୍ ଫିନାଲେରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ରଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ । ଏହା ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ ।
ସୋସିଆଲ୍ ମିଡିଆରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି,‘ଜାତୀୟ ସ୍ତରର ପ୍ରତିଷ୍ଠିତ ସଙ୍ଗୀତ ମହାମଞ୍ଚ ଇଣ୍ଡିଆନ୍ ଆଇଡଲ୍ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଓଡ଼ିଶାର ସୁଯୋଗ୍ୟା କନ୍ୟା ଜ୍ୟୋତିର୍ମୟୀ ନାୟକ ସମଗ୍ର ରାଜ୍ୟ ପାଇଁ ଗୌରବ ଆଣି ଦେଇଛନ୍ତି । ନିଜ ସୁମଧୁର କଣ୍ଠସ୍ୱର ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତି ପାରିଛନ୍ତି । ଜ୍ୟୋତିର୍ମୟୀଙ୍କ ସଫଳତା କାମନା କରିବା ସହ ଶୁଭେଚ୍ଛା ଓ ଆଶୀର୍ବାଦ ଜଣାଉଛି’ । ଆଜି ତାଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି ।
Powered by Froala Editor