୧୭ ସୁଦ୍ଧା ଲଘୁଚାପ
ଭୁବନେଶ୍ୱର: ରଥଯାତ୍ରା ସମୟରେ ରାଜ୍ୟରେ ପୁଣି ବର୍ଷା ବଢ଼ିବ । ୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୭ ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏଭଳି ପୂର୍ବାନୁମାନ କରାଯାଇଛି । ୯ରୁ ୧୫ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ବର୍ଷା ଆଶଙ୍କା ଅଛି । ୧୩ ଓ ୧୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧରେ ବର୍ଷା ସମ୍ଭାବନା ଅଛି । ୧୧ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହୋଇପାରେ ।
Powered by Froala Editor