ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୦୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୯ ହଜାର ୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୫ ହଜାର ୦୫୦ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୫୮ ହଜାର ୬୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୦୩୩ ଜଣଙ୍କର ମୃତ୍ୟୁ ହୋଇଛି ।
Powered by Froala Editor