୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭାରତୀୟ ପାଣିପାଗ ବିଭାଗ (IMD)ର ପୂର୍ବାନୁମାନ ଅନୁଯାୟୀ, ଉତ୍ତର, ପୂର୍ବ ଏବଂ ଉତ୍ତର-ପୂର୍ବ ଭାରତର ପ୍ରାୟ୧୮ଟି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଆଇଏମଡି ଅନୁଯାୟୀ ବଙ୍ଗୋପସାଗରରୁ ଉତ୍ତର ଭାରତ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟ ରହିଛି । ଆଗାମୀ ୨୪ ଘଣ୍ଟା ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ। କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହା ସହ ଏକାଧିକ ଘୂର୍ଣ୍ଣିବଳୟର ପ୍ରଭାବ ଯୋଗୁଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।
ଆସାମ, ମେଘାଳୟ, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ, ମଣିପୁର, ମିଜୋରାମ ଓ ତ୍ରିପୁରାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଆସାମ ଓ ମେଘାଳୟ ପାଇଁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରାଯାଇଛି। ବିହାର, ଝାଡ଼ଖଣ୍ଡ, ଗାଙ୍ଗେୟ ପଶ୍ଚିମବଙ୍ଗ, ଉପ-ହିମାଳୟ ପଶ୍ଚିମବଙ୍ଗ ଓ ସିକିମରେ ମଧ୍ୟ ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି। ବିହାରର କେତେକ ଜିଲ୍ଲାରେ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ରାସ୍ତା ବନ୍ଦ ଓ ନଦୀ ଜଳସ୍ତର ବୃଦ୍ଧିର ଆଶଙ୍କା ରହିଛି।ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ବଜ୍ରପାତ ଏବଂ ପ୍ରବଳ ପବନ ସତର୍କତା ଜାରି ହୋଇଛି।
Powered by Froala Editor