୧୩ରୁ ରାଜ୍ୟରେ ବଢ଼ିବ ବର୍ଷା ପ୍ରକୋପ
ଭୁବନେଶ୍ୱର: ରାଜ୍ୟରେ ସୋମବାରଠାରୁ ବର୍ଷା ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଏହି ଆକଳନ ଅନୁସାରେ ରବିବାର ରାଜ୍ୟର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ ।
ଆସନ୍ତା ୧୩ରୁ ରାଜ୍ୟରେ ବର୍ଷା ପ୍ରକୋପ ବଢ଼ିବ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ ।, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ନେଇ ସତର୍କ କରାଯାଇଛି । ୧୩ରୁ ୧୫ ଯାଏ ବର୍ଷା ପ୍ରକୋପ ଅଧିକ ରହିବ ।
Powered by Froala Editor