Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

2026-07-13 12:13:32
14190
Share:
Facebook
Twitter
E-Mail
WhatsApp
Telegram
ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

ୱାଶିଂଟନ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଅତ୍ୟନ୍ତ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ଏପରି କି ଏହି ଯୁଦ୍ଧ ସମଗ୍ର ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି। ‌ରବିବାର ପ୍ରତ୍ୟୁଷରେ ଦୁଇ ଦେଶ ପରସ୍ପର ଉପରେ ଜୋରଦାର ଆକ୍ରମଣ କରିଛନ୍ତି। ଆମେରିକା ସେନା ଇରାନର ପ୍ରାୟ ୧୪୦ଟି ସ୍ଥାନରେ ଆକ୍ରମଣ କରିଛି। ଆମେରିକା ସେଣ୍ଟ୍ରାଲ କମାଣ୍ଡ (ସେଣ୍ଟକମ୍‌)ର କହିବା ଅନୁଯାୟୀ ଆକ୍ରମଣ କରାଯାଇଥିବା ସ୍ଥାନ ମଧ୍ୟରେ ଇରାନର ସାମରିକ ଘାଟି, କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଉତ୍‌କ୍ଷେପଣ କେନ୍ଦ୍ର, ନୌସେନା ଉପକରଣ, ଅସ୍ତ୍ରାଗାର, ଯୋଗାଯୋଗ କେନ୍ଦ୍ର ଏବଂ ଉପକୂଳ ସେର୍ଭେଲାନ୍ସ କେନ୍ଦ୍ର ରହିଛି। ଏପରି କି ଗତ ସପ୍ତାହକ ମଧ୍ୟରେ ଇରାନର ୩୦୦ ସ୍ଥାନକୁ ଆମେରିକା ନିଶାଣ କରି କ୍ଷେପଣାସ୍ତ୍ର ମାଡ କଲାଣି। ଗତ ମଙ୍ଗଳବାର ଠାରୁ ଦୁଇ ଦେଶ ମଧ୍ୟରେ ପୁଣି ଯୁଦ୍ଧ ଆରମ୍ଭ ହୋଇଛି। ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଆକ୍ରମଣ ବନ୍ଦ ରହିବା ପରେ ରବିବାର ପ୍ରତ୍ୟୁଷରୁ ପୁଣି ଆକ୍ରମଣ ହୋଇଛି। ରବିବାର ଇରାନ ସେନା ହର୍ମୁଜ ପ୍ରଣାଳୀରେ ସାଇପ୍ରସର ଏକ ଜାହାଜ ଉପରେ ଆକ୍ରମଣ କରିବାରୁ ଆମେରିକା ଏହି ଆକ୍ରମଣ କରିଛି।
ଆମେରିକାର ଏହି ଆକ୍ରମଣ ଉପରେ ଇରାନ ମଧ୍ୟ କଡା ଜବାବ ଦେଇଛି। ବିଶେଷକରି ଆମେରିକାର ସହଯୋଗୀ ଉପସାଗରୀୟ ରାଷ୍ଟ୍ରଗୁଡିକ ଉପରେ ଇରାନ ଜୋରଦାର ଆକ୍ରମଣ
କରିଛି। ଇରାନର ଆକ୍ରମଣରେ ନିଶାଣରେ ରହିଥିବା ଉପସାଗରୀୟ ରାଷ୍ଟ୍ରଗୁଡିକ ହେଲା ବାହାରିନ, କୁଏତ, ଜୋର୍ଡାନ, କାତାର, ଓମାନ ଓ ୟୁଏଇ। ଇରାନର ଆକ୍ରମଣ ପରେ ଏହିସବୁ ଦେଶ ଅସୁରକ୍ଷିତ ହୋଇପଡିଛି। ନାଗରିକମାନଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ଯିବାକୁ ପଡ଼ିଛି। ଇରାନ ସେନା ଆଇଆରଜିସିର କହିବା ଅନୁଯାୟୀ କାତାରସ୍ଥିତ ଆମେରିକାର ଅଲ୍‌ ଉଦେଇଦ୍ ବାୟୁସେନା ଘାଟି ଉପରେ ବାଲାଷ୍ଟିକ କ୍ଷେପଣାସ୍ତ୍ର ମାଡ କରାଯାଇଛି। ଏହା ସହିତ କୁଏତ୍ ଓ ବାହାରିନରେ ଥିବା ଆମେରିକାର ସାମରିକ କେନ୍ଦ୍ର ଉପରେ ଡ୍ରୋନ ମାଡ କରାଯାଇଛି। ସେହିପରି ୟୁଏଇର ଏୟାର ଡିଫେନ୍ସ ସିଷ୍ଟମ୍ ଇରାନ ପଟୁ ଆସୁଥିବା କ୍ଷେପଣାସ୍ତ୍ର ଓ ଡ୍ରୋନଗୁଡିକୁ ଇଣ୍ଟରସେପ୍ଟ କରିଛି। ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ କହିଛନ୍ତି ଯେ ହତ୍ୟାର ପ୍ରତିଶୋଧ ହତ୍ୟା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ। ତେଣୁ ଆମେରିକାର ପ୍ରତିଟି ଆକ୍ରମଣର କଡା ଜବାବ ଦିଆଯିବ।
ରବିବାର ଏହି ଘମାଘୋଟ ଲଢେଇ ପରେ ଇରାନ ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛି। ଇରାନର ପର୍ସିଆନ ଗଲ୍ପ ଷ୍ଟ୍ରେଟ୍‌ ଅଥରିଟି (ପିଜିଏସ୍‌ଏ) କହିଛି ଯେ ଆମେରିକାର ସାମରିକ କାର୍ଯ୍ୟକଳାପ ଯୋଗୁଁ ହର୍ମୁଜ ପ୍ରଣାଳୀରେ କୌଣସି ଜାହାଜ ଚଳାଚଳକୁ ଅନୁମତି ପ୍ରଦାନ କରାଯିବ ନାହିଁ। ଆମେରିକା ସେନା ଏହି ଅଞ୍ଚଳ ଦେଇ ବେଆଇନ ଭାବେ ଯାତାୟାତ କରୁଛନ୍ତି ବୋଲି ପିଜିଏସ୍‌ଏ ଅଭିଯୋଗ କରିଛି। ଆଞ୍ଚଳିକ ସ୍ଥିରତା ପରେ ଜାହାଜ ଚଳାଚଳ ପାଇଁ ବିଭିନ୍ନ ଦେଶ ପକ୍ଷରୁ କରାଯାଉଥିବା ଅନୁରୋଧକୁ ବିଚାର କରାଯିବ। ତେଣୁ ବର୍ତ୍ତମାନ ସମୟ ପାଇଁ ହର୍ମୁଜ ପ୍ରଣାଳୀକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି। ହର୍ମୁଜ ପ୍ରଣାଳୀ ବନ୍ଦ ନେଇ ଇରାନ ପକ୍ଷରୁ ହୋଇଥିବା ଦାବିକୁ ଆମେରିକା ଖଣ୍ଡନ କରିଛି। ଆମେରିକା କହିଛି ଯେ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ଖୋଲା ରହିଛି। ମୁକ୍ତ ଜାହାଜ ଚଳାଚଳ ପାଇଁ ଆମେରିକା ସେନା ସୁରକ୍ଷା ଯୋଗାଇ ଦେବାକୁ ପ୍ରସ୍ତୁତ ରହିଥିବା ସେଣ୍ଟକମ୍ କହିଛି।
ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବାଣିଜ୍ୟ ଓ ଅଶୋଧିତ ତୈଳ ବଜାର ଉପରେ ଏହାର ଗଭୀର ପ୍ରଭାବ ପଡ଼ିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ମାମଲାରେ ଆଲୋଚନା ଜାରି ରଖିବାକୁ କହିଥିବାବେଳେ ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ ସେନାକୁ ସମ୍ପୂର୍ଣ୍ଣ ସ୍ବାଧୀନତା ଦେଇଛନ୍ତି। ଯୁଦ୍ଧ ଦ୍ବାରା ଗତ ମାସରେ ସ୍ବିଜରଲ୍ୟାଣ୍ଡର ଜେନେଭା ଠାରେ ହୋଇଥିବା ୬୦ ଦିନିଆ ଅସ୍ତ୍ରବିରତି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।
ଇରାନ ସହିତ ହୋଇଥିବା ଅସ୍ତ୍ରବିରତି ଶେଷ ନେଇ ଆମେରିକା ରାଷ୍ଟ୍ରପତି ଘୋଷଣା କରିଛନ୍ତି। ଆଗାମୀ କିଛି ଦିନ ମଧ୍ୟରେ ଯଦି ଶାନ୍ତି ଆଲୋଚନା ସଫଳ ନହୁଏ, ତେବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଏକ ବିନାଶକାରୀ ଯୁଦ୍ଧର ସମ୍ମୁଖୀନ ହେବାକୁ ପଡିବ।

Powered by Froala Editor

Tags War

Related articles Odisha News Lens 4.1

  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14970
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15117
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15351
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14481
    Oct 20, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15295
    Oct 18, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14120
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15289
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15650
    Oct 19, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14094
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14153
    Oct 18, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15650
    Oct 19, 2026
  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14120
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18262
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14544
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15389
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14726
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14825
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15828
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14626
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15111
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15819
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15650
    Oct 19, 2026
  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15295
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14094
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In