ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ଯମନ୍ତ୍ରୀ
ଭୁବନେଶ୍ୱର : ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ମଙ୍ଗଳବାର ୯୮ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଧାନସଭା ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ମହାନ ଦେଶଭକ୍ତ, ସେବା ଓ ତ୍ୟାଗର ପ୍ରତୀକ ତଥା ଦୈନିକ ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆଜି ଶ୍ରାଦ୍ଧ ଦିବସ। ଶ୍ରାଦ୍ଧ ଦିବସ ଉପଲକ୍ଷେ ତାଙ୍କ ଅକ୍ଷୟ କୀର୍ତ୍ତିକୁ ସ୍ମରଣ କରି ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି, ତିଳତର୍ପଣ ଓ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅର୍ପଣ କରାଯାଉଛି।
ବିଧାନସଭା ପରିସରରେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ,ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବାଚସ୍ପତି ସୁରମା ପାଢ଼ୀ, ଉପବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।
Powered by Froala Editor